Text copied!
Bibles in Odia

ପ୍ରେରିତ 19:12-26 in Odia

Help us?

ପ୍ରେରିତ 19:12-26 in ଓଡିଆ ବାଇବେଲ

12 ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ ।
13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି ।
14 ପୁଣି, ସ୍କେବା ନାମକ ଜଣେ ଯିହୂଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ ।
15 ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ ?
16 ସେତେବେଳେ ମନ୍ଦଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।
17 ଏହି କଥା ଏଫିସ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଜାଣିଲେ । ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା ।
18 ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,
19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେ ସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ ।
20 ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା ।
21 ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ ।
22 ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ ।
23 ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା ।
24 କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା ।
25 ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;
26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।
ପ୍ରେରିତ 19 in ଓଡିଆ ବାଇବେଲ