Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 19

ପ୍ରେରିତ 19:20-39

Help us?
Click on verse(s) to share them!
20ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା ।
21ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ ।
22ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ ।
23ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା ।
24କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା ।
25ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;
26ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।
27ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି ।
28ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
29ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଅାର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ ।
30ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ ।
31ଆଉ ଆସିଅାର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ ।
32ସେତେବେଳେ କେହି କେହି ଏକଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ ।
33ଆଉ ଯିହୂଦୀମାନେ ଆଲେକ୍‌ଜାଣ୍ଡରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ ମଧ୍ୟରୁ କେହି କେହି ତାହାକୁ ମତାଇଲେ; ସେଥିରେ ଆଲେକ୍‌ଜାଣ୍ଡର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷ ସମର୍ଥନ କରିବାକୁ ଇଚ୍ଛା କଲା ।
34କିନ୍ତୁ ସେ ଜଣେ ଯିହୂଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
35ପରେ ନଗରବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ ?
36ଅତଏବ ଏହି ସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନା ରେ କୌଣସି କର୍ମ ନ କରିବା ଉଚିତ ।
37କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି ।
38ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ , ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।
39କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ ।

Read ପ୍ରେରିତ 19ପ୍ରେରିତ 19
Compare ପ୍ରେରିତ 19:20-39ପ୍ରେରିତ 19:20-39