Text copied!
Bibles in Odia

ପ୍ରେରିତ 19:27-32 in Odia

Help us?

ପ୍ରେରିତ 19:27-32 in ଓଡିଆ ବାଇବେଲ

27 ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି ।
28 ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
29 ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଅାର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ ।
30 ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ ।
31 ଆଉ ଆସିଅାର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ ।
32 ସେତେବେଳେ କେହି କେହି ଏକଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ ।
ପ୍ରେରିତ 19 in ଓଡିଆ ବାଇବେଲ