31ଆଉ ଆସିଅାର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ ।
32ସେତେବେଳେ କେହି କେହି ଏକଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ ।
33ଆଉ ଯିହୂଦୀମାନେ ଆଲେକ୍ଜାଣ୍ଡରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ ମଧ୍ୟରୁ କେହି କେହି ତାହାକୁ ମତାଇଲେ; ସେଥିରେ ଆଲେକ୍ଜାଣ୍ଡର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷ ସମର୍ଥନ କରିବାକୁ ଇଚ୍ଛା କଲା ।
34କିନ୍ତୁ ସେ ଜଣେ ଯିହୂଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।