Text copied!
Bibles in Odia

ପ୍ରେରିତ 19:7-14 in Odia

Help us?

ପ୍ରେରିତ 19:7-14 in ଓଡିଆ ବାଇବେଲ

7 ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ ।
8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।
9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।
10 ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ ।
11 ପୁଣି, ଈଶ୍ୱର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
12 ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ ।
13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି ।
14 ପୁଣି, ସ୍କେବା ନାମକ ଜଣେ ଯିହୂଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ ।
ପ୍ରେରିତ 19 in ଓଡିଆ ବାଇବେଲ