Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 1

ପ୍ରେରିତ 1:10-16

Help us?
Click on verse(s) to share them!
10ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
11ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।
12ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା ।
13ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍‌ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।
14ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।
15ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
16ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;

Read ପ୍ରେରିତ 1ପ୍ରେରିତ 1
Compare ପ୍ରେରିତ 1:10-16ପ୍ରେରିତ 1:10-16