12ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା ।
13ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।
14ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।
15ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),