Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 1

ପ୍ରେରିତ 1:12-24

Help us?
Click on verse(s) to share them!
12ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା ।
13ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍‌ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।
14ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।
15ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
16ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
17କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା ।
18ଏହି ଲୋକ (ଯିହୂଦା) ଅଧର୍ମର ମୁଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରିପଡ଼ିଲା;
19ଆଉ, ଏହା ଯିରୂୂଶାଲମରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ 'ହକଲ୍‌ଦମା', ଅର୍ଥାତ୍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା ।
20ଆଉ, ଗୀତସଂହିତାରେ ଲେଖା ଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ । ଏବଂ ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ ।
21ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,
22ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ ।
23ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,
24"ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,

Read ପ୍ରେରିତ 1ପ୍ରେରିତ 1
Compare ପ୍ରେରିତ 1:12-24ପ୍ରେରିତ 1:12-24