Text copied!
Bibles in Odia

ପ୍ରେରିତ 1:13-18 in Odia

Help us?

ପ୍ରେରିତ 1:13-18 in ଓଡିଆ ବାଇବେଲ

13 ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍‌ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।
14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।
15 ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
16 ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
17 କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା ।
18 ଏହି ଲୋକ (ଯିହୂଦା) ଅଧର୍ମର ମୁଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରିପଡ଼ିଲା;
ପ୍ରେରିତ 1 in ଓଡିଆ ବାଇବେଲ