Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 1

ପ୍ରେରିତ 1:2-7

Help us?
Click on verse(s) to share them!
2ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟ ନେଇ ମୁଁ ପ୍ରଥମ ଲୂକ ପୁସ୍ତକଟି ଲେଖିଅଛି ।
3ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ୱାରା ସେମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟ ଗୁଡ଼ିକ କହିଲେ ।
4ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋ'ଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
5କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
6ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?"
7ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।

Read ପ୍ରେରିତ 1ପ୍ରେରିତ 1
Compare ପ୍ରେରିତ 1:2-7ପ୍ରେରିତ 1:2-7