Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 20

ପ୍ରେରିତ 20:1-13

Help us?
Click on verse(s) to share them!
1ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ
2ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ ।
3ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୂଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ ।
4ଆଉ, ବେରିୟାନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀୟମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଆସିଆର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ ।
5ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୟାରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ ।
6ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ ।
7ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲେ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ ।
8ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା ।
9ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆହୁରି ଦୀର୍ଘ ଉପଦେଶ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା ।
10ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି ।
11ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ ।
12ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସ ପାଇଲେ ।
13କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍‌କୁ ଯାତ୍ରା କଲୁ, ସେଠାରୁ ପାଉଲକୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ ।

Read ପ୍ରେରିତ 20ପ୍ରେରିତ 20
Compare ପ୍ରେରିତ 20:1-13ପ୍ରେରିତ 20:1-13