Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 20

ପ୍ରେରିତ 20:11-33

Help us?
Click on verse(s) to share them!
11ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ ।
12ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସ ପାଇଲେ ।
13କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍‌କୁ ଯାତ୍ରା କଲୁ, ସେଠାରୁ ପାଉଲକୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ ।
14ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍‌ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀକୁ ଆସିଲୁ,
15ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମରେ ଲଗାଇଲୁ ଓ ଆରଦିନ ମୀଲୀତରେ ପହଞ୍ଚିଲୁ ।
16କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ ।
17ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ ।
18ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
19ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୂଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହି ସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
20କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ
21ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ ।
22ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କ'ଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
23ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି
24କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।
25ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ୱରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ ।
26ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି ।
27ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।
28ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ ।
29ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
30ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ ।
31ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ ।
32ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି ।
33ମୁଁ କାହାରି ରୁପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି ।

Read ପ୍ରେରିତ 20ପ୍ରେରିତ 20
Compare ପ୍ରେରିତ 20:11-33ପ୍ରେରିତ 20:11-33