Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 20

ପ୍ରେରିତ 20:15-24

Help us?
Click on verse(s) to share them!
15ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମରେ ଲଗାଇଲୁ ଓ ଆରଦିନ ମୀଲୀତରେ ପହଞ୍ଚିଲୁ ।
16କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ ।
17ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ ।
18ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
19ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୂଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହି ସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
20କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ
21ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ ।
22ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କ'ଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
23ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି
24କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।

Read ପ୍ରେରିତ 20ପ୍ରେରିତ 20
Compare ପ୍ରେରିତ 20:15-24ପ୍ରେରିତ 20:15-24