Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 20

ପ୍ରେରିତ 20:24-30

Help us?
Click on verse(s) to share them!
24କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।
25ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ୱରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ ।
26ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି ।
27ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।
28ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ ।
29ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
30ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ ।

Read ପ୍ରେରିତ 20ପ୍ରେରିତ 20
Compare ପ୍ରେରିତ 20:24-30ପ୍ରେରିତ 20:24-30