Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 21

ପ୍ରେରିତ 21:1-27

Help us?
Click on verse(s) to share them!
1ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍‌କୁ ଆସିଲୁ, ପରଦିନ ରୋଦାକୁ, ପୁଣି, ସେ ସ୍ଥାନରୁ ପାତାରା କୁ ଆସିଲୁ ।
2ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ ।
3ପରେ କୁପ୍ର ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟାକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା ।
4ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ ।
5ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,
6ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ ।
7ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ପତଲମାଇରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ ।
8ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ । ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ ।
9ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ ।
10ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦା ପ୍ରଦେଶରୁ ଆସିଲେ ।
11ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୂଦୀମାନେ ଏହିପରି ବାନ୍ଧି ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ ।
12ଏହି ସମସ୍ତ କଥା ଶୁଣି ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାହାଙ୍କୁ ଯିରୂଶାଲମକୁ ନ ଯିବା ପାଇଁ ବିନତି କଲୁ ।
13ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି ।
14ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ ।
15ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମକୁ ଯାତ୍ରା କଲୁ ।
16ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ,ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା ।
17ଆମ୍ଭେମାନେ ଯିରୂଶାଲମରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ଭାଇମାନେ ଆନନ୍ଦରେ ଗ୍ରହଣ କଲେ ।
18ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ ।
19ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
20ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‍ଯୋଗୀ ।
21ପୁଣି, ଅଣଯିହୂଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୂଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ଦେଇଅଛନ୍ତି ।
22ତେବେ କ'ଣ କରାଯାଏ ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ ।
23ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର । ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;
24ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର,ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ ।
25କିନ୍ତୁ ଯେଉଁ ଅଣଯିହୂଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ପରଦାରଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖି ଅଛୁ ।
26ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ ।
27ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଆସିଆର ଯିହୂଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,

Read ପ୍ରେରିତ 21ପ୍ରେରିତ 21
Compare ପ୍ରେରିତ 21:1-27ପ୍ରେରିତ 21:1-27