Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 21

ପ୍ରେରିତ 21:25-37

Help us?
Click on verse(s) to share them!
25କିନ୍ତୁ ଯେଉଁ ଅଣଯିହୂଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ପରଦାରଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖି ଅଛୁ ।
26ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ ।
27ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଆସିଆର ଯିହୂଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,
28ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‌ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି ।
29କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସର ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ ।
30ଏଥିରେ ନଗରସାରା ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି, ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ ସେହିକ୍ଷଣି ଦ୍ୱାରସବୁ ବନ୍ଦ କରାଗଲା ।
31ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା ।
32ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ । ସେମାନେ ସହସ୍ର ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ ।
33ସେତେବେଳେ ସହସ୍ର ସେନାପତି ପାଖକୁ ଆସି ତାଙ୍କୁ ଧରି ଦୁଇଟା ଶିକୁଳିରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କ'ଣ କରିଅଛି ବୋଲି ପଚାରିଲେ ।
34ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏକଥା, କେହି କେହି ସେ କଥା କହି ଚିତ୍କାର କରିବାକୁ ଲାଗିଲେ । ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ ।
35ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାଙ୍କୁ ବୋହି ନେଇଯିବାକୁ ପଡ଼ିଲା,
36କାରଣ ତାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ ।
37ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି ? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍ ଜାଣ ?

Read ପ୍ରେରିତ 21ପ୍ରେରିତ 21
Compare ପ୍ରେରିତ 21:25-37ପ୍ରେରିତ 21:25-37