Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 22

ପ୍ରେରିତ 22:12-20

Help us?
Click on verse(s) to share them!
12ସେହି ସ୍ଥାନରେ ଥିବା ସମସ୍ତ ଯିହୂଦୀଙ୍କ ନିକଟରେ ସୁକ୍ଷାତିସମ୍ପନ୍ନ ହନନୀୟ ନାମକ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
13ମୋ' ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ । ସେହି ମୁହୁର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି ।
14ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
15କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ ।
16ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ ।
17ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।
18ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।
19ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
20ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି ।

Read ପ୍ରେରିତ 22ପ୍ରେରିତ 22
Compare ପ୍ରେରିତ 22:12-20ପ୍ରେରିତ 22:12-20