Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 22

ପ୍ରେରିତ 22:13-23

Help us?
Click on verse(s) to share them!
13ମୋ' ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ । ସେହି ମୁହୁର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି ।
14ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
15କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ ।
16ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ ।
17ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।
18ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।
19ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
20ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି ।
21ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।
22ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ ନୁହେଁ ।
23ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,

Read ପ୍ରେରିତ 22ପ୍ରେରିତ 22
Compare ପ୍ରେରିତ 22:13-23ପ୍ରେରିତ 22:13-23