Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 22

ପ୍ରେରିତ 22:2-9

Help us?
Click on verse(s) to share them!
2ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ ।
3ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;
4ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।
5ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।
6କିନ୍ତୁ ମୁଁ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକିଉଠିଲା ।
7ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ ?
8ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି ।
9ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ ।

Read ପ୍ରେରିତ 22ପ୍ରେରିତ 22
Compare ପ୍ରେରିତ 22:2-9ପ୍ରେରିତ 22:2-9