Text copied!
Bibles in Odia

ପ୍ରେରିତ 22:2-9 in Odia

Help us?

ପ୍ରେରିତ 22:2-9 in ଓଡିଆ ବାଇବେଲ

2 ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ ।
3 ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;
4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।
5 ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।
6 କିନ୍ତୁ ମୁଁ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକିଉଠିଲା ।
7 ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ ?
8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି ।
9 ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ ।
ପ୍ରେରିତ 22 in ଓଡିଆ ବାଇବେଲ