Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 22

ପ୍ରେରିତ 22:3-8

Help us?
Click on verse(s) to share them!
3ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;
4ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।
5ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।
6କିନ୍ତୁ ମୁଁ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକିଉଠିଲା ।
7ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ ?
8ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି ।

Read ପ୍ରେରିତ 22ପ୍ରେରିତ 22
Compare ପ୍ରେରିତ 22:3-8ପ୍ରେରିତ 22:3-8