Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 23

ପ୍ରେରିତ 23:21-30

Help us?
Click on verse(s) to share them!
21ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି ।
22ସେଥିରେ ସହସ୍ର ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ ।
23ପରେ ସେ ଦୁଇ ଜଣ ଶତ ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର ।
24ପୁଣି, ସେମାନେ ଯେପରି ପାଉଲଙ୍କୁ ବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ ।
25ଆଉ, ସେ ଏହି ପ୍ରକାରେ ଗୋଟିଏ ଚିଠି ଲେଖିଲେ,
26ମହାମହିମ ଶାସନକର୍ତ୍ତା ଫେଲିକ୍ସ୍‍ଙ୍କୁ କ୍ଲାଉଦିୟ ଲୂସିୟାଙ୍କର ନମସ୍କାର ।
27ଯିହୂଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିଵା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି ।
28କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି ।
29ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି ।
30ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠେଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି ।

Read ପ୍ରେରିତ 23ପ୍ରେରିତ 23
Compare ପ୍ରେରିତ 23:21-30ପ୍ରେରିତ 23:21-30