13 ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହି ସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ ।
14 କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;
15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି ।
16 ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ ।
17 ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି
18 ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୂଦୀ ଥିଲେ;
19 ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା
20 ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,