Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 24

ପ୍ରେରିତ 24:2-15

Help us?
Click on verse(s) to share them!
2ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
3ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ପୀକାର କରୁଅଛୁ ।
4କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଲାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି ।
5କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
6ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣଙ୍କ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ ।
7କିନ୍ତୁ ସହସ୍ରସେନାପତି ଲୂସୀୟା ଆସି ଅତିଶୟ ଜୋର୍‍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,
8ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ । ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହି ସବୁ ଅବଗତ ହୋଇ ପାରିବେ ।
9ଯିହୂଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ ।
10ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି ।
11ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
12ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାଁନ୍ତି,
13ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହି ସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ ।
14କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;
15ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି ।

Read ପ୍ରେରିତ 24ପ୍ରେରିତ 24
Compare ପ୍ରେରିତ 24:2-15ପ୍ରେରିତ 24:2-15