Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 24

ପ୍ରେରିତ 24:8-20

Help us?
Click on verse(s) to share them!
8ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ । ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହି ସବୁ ଅବଗତ ହୋଇ ପାରିବେ ।
9ଯିହୂଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ ।
10ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି ।
11ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
12ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାଁନ୍ତି,
13ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହି ସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ ।
14କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;
15ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି ।
16ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ ।
17ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି
18ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୂଦୀ ଥିଲେ;
19ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା
20ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,

Read ପ୍ରେରିତ 24ପ୍ରେରିତ 24
Compare ପ୍ରେରିତ 24:8-20ପ୍ରେରିତ 24:8-20