13କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସଙ୍କୁ ସାକ୍ଷାତ କଲେ ।
14ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି ।
15ମୁଁ ଯିରୂଶାଲମରେ ଥିବା ସମୟରେ ଯିହୂଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ ।
16ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟ ମାନଙ୍କର ବିଧି ନୁହେଁ ।
17ଏଣୁ ସେମାନେ ମୋ ସାଙ୍ଗରେ ଏ ସ୍ଥାନକୁ ଆସନ୍ତେ ମୁଁ ବିଳମ୍ବ ନ କରି ପରଦିନ ବିଚାରାସନରେ ବସି ସେହି ଲୋକକୁ ଆଣିବା ନିମନ୍ତେ ଆଜ୍ଞା ଦେଲି ।
18ଅଭିଯୋଗକାରୀମାନେ ଠିଆ ହୋଇ, ମୁଁ ଯେପ୍ରକାର ଦୋଷର କଥା ଅପେକ୍ଷା କରୁଥିଲି, ସେପରି କୌଣସି ଅଭିଯୋଗ ତାହା ସମ୍ବନ୍ଧରେ ଆଣିଲେ ନାହିଁ,
19କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହି ସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା ।
20ଏହି ସମସ୍ତ ବିଷୟ କିପ୍ରକାରେ ଅନୁସନ୍ଧାନ କରିବି ବୋଲି ମୁଁ ହତବୁଦ୍ଧି ହୋଇ, ସେ ଯିରୂଶାଲକୁ ଯାଇ ସେଠାରେ ଏସମସ୍ତ ବିଷୟରେ ବିଚାରିତ ହେବା ପାଇଁ ଇଚ୍ଛା କରେ କି ନାହିଁ, ଏହା ପଚାରିଲି ।
21କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି ।
22ସେଥିରେ ଆଗ୍ରିପ୍ପା ଫେଷ୍ଟସଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ । ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ ।
23ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍ ଆଦେଶ ଅନୁସାରେ ପାଉଲ ଅଣାଗଲେ ।