Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 26

ପ୍ରେରିତ 26:3-16

Help us?
Click on verse(s) to share them!
3ବିଶେଷରେ ଏହି କାରଣରୁ ଯେ, ଆପଣ ଯିହୂଦୀମାନଙ୍କ ମଧ୍ୟରେ ପ୍ରଚଳିତ ସମସ୍ତ ରୀତିନୀତି ଓ ମତାମତ ସମ୍ବନ୍ଧରେ ନିପୁଣ ଅଟନ୍ତି; ଏଥିପାଇଁ ଧୈର୍ଯ୍ୟ ଧରି ମୋହର କଥା ଶୁଣିବା ନିମନ୍ତେ ମୁଁ ଆପଣଙ୍କୁ ବିନତି କରୁଅଛି ।
4ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମରେ ମୋହର ଆଚାର ବ୍ୟବହାର ଯିହୂଦୀମାନେ ସମସ୍ତେ ଜାଣନ୍ତି;
5ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି ।
6ପୁଣି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ନିକଟରେ ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି |
7ଆମ୍ଭମାନଙ୍କ ବାର ଗୋଷ୍ଠୀ ସେହି ପ୍ରତିଜ୍ଞାର ଫଳ ପ୍ରାପ୍ତି ଆଶାରେ ଦିବାରାତ୍ର ଏକାଗ୍ର ଚିତ୍ତରେ ଈଶ୍ୱରଙ୍କ ସେବା କରୁଅଛନ୍ତି । ହେ ରାଜନ, ସେହି ପ୍ରତ୍ୟାଶା ହେତୁ ମୁଁ ଯିହୂଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହେଉଅଛି ।
8ଈଶ୍ୱର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱାସ୍ୟ ବୋଲି ବୋଧ ହୁଏ ?
9ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି ।
10ଆଉ, ଯିରୂଶାଲମରେ ମୁଁ ଏହା ମଧ୍ୟ କରିଥିଲି, ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇ ସାଧୁମାନଙ୍କ ମଧ୍ୟରୁ ଅନେକଙ୍କୁ କାରାଗାରରେ ବନ୍ଦ କରିଥିଲି, ପୁଣି, ସେମାନଙ୍କ ପ୍ରାଣଦଣ୍ଡ ସମୟରେ ମୁଁ ମଧ୍ୟ ସେମାନଙ୍କ ବିରୁଦ୍ଧରେ ମୋହର ମତ ଦେଇଥିଲି,
11ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି ।
12ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେସକକୁ ଯାଉଥିବା ସମୟରେ,
13ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋ' ସହଯାତ୍ରୀମାନଙ୍କ ଚତୁର୍ଦିଗରେ ପ୍ରକାଶମାନ ହେବାର ଦେଖିଲି ।
14ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ, ପ୍ରତି ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର ।
15ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ ? ତେଣୁ ପ୍ରଭୁ କହିଲେ ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ।
16କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ ।

Read ପ୍ରେରିତ 26ପ୍ରେରିତ 26
Compare ପ୍ରେରିତ 26:3-16ପ୍ରେରିତ 26:3-16