Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 27

ପ୍ରେରିତ 27:14-21

Help us?
Click on verse(s) to share them!
14କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା ।
15ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖିନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ ।
16ପୁଣି, କ୍ଲାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ୱୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,
17ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ (ଭୂସଂଲଘ୍ନ ବାଲିରେ) ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ ।
18ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,
19ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ ।
20ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା ।
21ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା ।

Read ପ୍ରେରିତ 27ପ୍ରେରିତ 27
Compare ପ୍ରେରିତ 27:14-21ପ୍ରେରିତ 27:14-21