Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 27

ପ୍ରେରିତ 27:22-35

Help us?
Click on verse(s) to share them!
22ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହାସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ ।
23ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
24ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି ।
25ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ୱରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ ।
26କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ୱୀପରେ ଯାଇ ପଡ଼ିବାକୁ ହେବ ।
27ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ ।
28ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାନୀ ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ ।
29କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୁଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ ।
30ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
31ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ ।
32ସେଥିରେ ସୈନ୍ୟମାନେ ନୌକାର ଦୌଡ଼ିସବୁ କାଟିଦେଇ ତାକୁ ଜଳରେ ପକାଇଦେଲେ ।
33ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି ।
34ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ ।
35ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।

Read ପ୍ରେରିତ 27ପ୍ରେରିତ 27
Compare ପ୍ରେରିତ 27:22-35ପ୍ରେରିତ 27:22-35