Text copied!
Bibles in Odia

ପ୍ରେରିତ 27:24-39 in Odia

Help us?

ପ୍ରେରିତ 27:24-39 in ଓଡିଆ ବାଇବେଲ

24 ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି ।
25 ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ୱରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ ।
26 କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ୱୀପରେ ଯାଇ ପଡ଼ିବାକୁ ହେବ ।
27 ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ ।
28 ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାନୀ ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ ।
29 କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୁଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ ।
30 ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
31 ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ ।
32 ସେଥିରେ ସୈନ୍ୟମାନେ ନୌକାର ଦୌଡ଼ିସବୁ କାଟିଦେଇ ତାକୁ ଜଳରେ ପକାଇଦେଲେ ।
33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି ।
34 ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ ।
35 ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।
36 ସେଥିରେ ସେମାନେ ସମସ୍ତେ ସାହାସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ ।
37 ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ ।
38 ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,
39 ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ ।
ପ୍ରେରିତ 27 in ଓଡିଆ ବାଇବେଲ