Text copied!
Bibles in Odia

ପ୍ରେରିତ 27:27-43 in Odia

Help us?

ପ୍ରେରିତ 27:27-43 in ଓଡିଆ ବାଇବେଲ

27 ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ ।
28 ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାନୀ ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ ।
29 କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୁଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ ।
30 ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
31 ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ ।
32 ସେଥିରେ ସୈନ୍ୟମାନେ ନୌକାର ଦୌଡ଼ିସବୁ କାଟିଦେଇ ତାକୁ ଜଳରେ ପକାଇଦେଲେ ।
33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି ।
34 ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ ।
35 ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।
36 ସେଥିରେ ସେମାନେ ସମସ୍ତେ ସାହାସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ ।
37 ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ ।
38 ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,
39 ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ ।
40 ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ି ଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦୌଡ଼ିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ ।
41 କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ(ଭୂସଂଲଘ୍ନ ବାଲିରେ) ଲାଗିଗଲା; ତା'ର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା ।
42 ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,
43 କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ିିି ପ୍ରଥମେ ସ୍ଥଳକୁ ଯାଆନ୍ତୁ,
ପ୍ରେରିତ 27 in ଓଡିଆ ବାଇବେଲ