Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 27

ପ୍ରେରିତ 27:28-36

Help us?
Click on verse(s) to share them!
28ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାନୀ ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ ।
29କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୁଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ ।
30ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
31ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ ।
32ସେଥିରେ ସୈନ୍ୟମାନେ ନୌକାର ଦୌଡ଼ିସବୁ କାଟିଦେଇ ତାକୁ ଜଳରେ ପକାଇଦେଲେ ।
33ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି ।
34ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ ।
35ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।
36ସେଥିରେ ସେମାନେ ସମସ୍ତେ ସାହାସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ ।

Read ପ୍ରେରିତ 27ପ୍ରେରିତ 27
Compare ପ୍ରେରିତ 27:28-36ପ୍ରେରିତ 27:28-36