Text copied!
Bibles in Odia

ପ୍ରେରିତ 28:11-18 in Odia

Help us?

ପ୍ରେରିତ 28:11-18 in ଓଡିଆ ବାଇବେଲ

11 ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ ।
12 ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,
13 ପୁଣି, ସେ ସ୍ଥାନରୁ ବୁଲି ରେଗୀୟରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲିକୁ ଆସିଲୁ;
14 ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଅମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ ।
15 ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ 'ଓ 'ତିନି ସରେଇଘର 'ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ୱରଙ୍କ ଧନ୍ୟବାଦ କରି ସାହାସ ପାଇଲେ ।
16 ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା ।
17 ତିନି ଦିନ ପରେ ସେ ଯିହୂଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି ।
18 ସେମାନେ ମୋହର ବିଚାର କରି ମୋଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;
ପ୍ରେରିତ 28 in ଓଡିଆ ବାଇବେଲ