Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 28

ପ୍ରେରିତ 28:20-26

Help us?
Click on verse(s) to share them!
20ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି ।
21ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦା ଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାଁନ୍ତି ବା କହି ନାହାଁନ୍ତି ।
22କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି ।
23ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ ।
24ସେଥିରେ କେହି କେହି କୁହାଯାଇଥିବା ବିଷୟରେ ବିଶ୍ୱାସ କଲେ, କିନ୍ତୁ କେହି କେହି ବିଶ୍ୱାସ କଲେ ନାହିଁ ।
25ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥରୂପେ କହିଥିଲେ,
26ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ,କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;

Read ପ୍ରେରିତ 28ପ୍ରେରିତ 28
Compare ପ୍ରେରିତ 28:20-26ପ୍ରେରିତ 28:20-26