Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 28

ପ୍ରେରିତ 28:3-12

Help us?
Click on verse(s) to share them!
3କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସାପ ବାହାରି ତାଙ୍କ ହାତରେ କାମୁଡ଼ି ଲାଗିରହିଲା ।
4ବର୍ବରମାନେ ତାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ ।
5କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ ।
6ସେ ଯେ ଫୁଲିଯିବେ କିମ୍ବା ହଠାତ୍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା ।
7ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ ।
8ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଅମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ ।
9ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;
10ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ ।
11ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ ।
12ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,

Read ପ୍ରେରିତ 28ପ୍ରେରିତ 28
Compare ପ୍ରେରିତ 28:3-12ପ୍ରେରିତ 28:3-12