Text copied!
Bibles in Odia

ପ୍ରେରିତ 2:2-14 in Odia

Help us?

ପ୍ରେରିତ 2:2-14 in ଓଡିଆ ବାଇବେଲ

2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,
3 ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା ।
4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।
5 ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୂଦୀମାନେ ଆସି ଯିରୂୂଶାଲମରେ ବାସ କରୁଥିଲେ ।
6 ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ ।
7 ପୁଣି, ସେମାନେ ଆଚମ୍ବିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ,ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କ'ଣ ଗାଲିଲୀୟ ନୁହଁନ୍ତି ?
8 ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ ?
9 ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସପଟାମିଆ, ଯିହୂଦା ଦେଶ ଓ କାପ୍ପାଦକିଆ, ପନ୍ତ ଓ ଆସିଆ,
10 ଫ୍ରୁଗିଆ ଓ ଫଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୂଦୀ ଓ ଯିହୂଦୀ ଧର୍ମାବଲମ୍ବୀ ପ୍ରବାସୀ,
11 ପୁଣି, କ୍ରୀତୀୟ ଓ ଆରବୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭେମାନେ ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ୱରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ ।
12 ଆଉ, ସମସ୍ତେ ଆଚମ୍ବିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ,ଏହାର ଅର୍ଥ କ'ଣ ?
13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି ।
14 କିନ୍ତୁ ପିତର ଏଗାରଜଣଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ ।
ପ୍ରେରିତ 2 in ଓଡିଆ ବାଇବେଲ