Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 2

ପ୍ରେରିତ 2:24-38

Help us?
Click on verse(s) to share them!
24କିନ୍ତୁ ଈଶ୍ୱର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ ।
25ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି ।
26ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
27କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।
28ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ ।
29ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି ।
30ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାଙ୍କ ସିଂହାସନରେ ରାଜା କରି ବସାଇବା ପାଇଁ ପରମେଶ୍ୱର ତାକୁ ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ ।
31ଏହା ଜାଣିବାରୁ ସେ ଭବିଷ୍ୟଦ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ ।
32ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ ।
33ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।
34କାରଣ ଦାଉଦ ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
35ଅାମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ "ଆମ୍ଭର ଦକ୍ଷିଣରେ ବସିଥାଅ" ।
36ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ୱର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି ।
37ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
38ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।

Read ପ୍ରେରିତ 2ପ୍ରେରିତ 2
Compare ପ୍ରେରିତ 2:24-38ପ୍ରେରିତ 2:24-38