Text copied!
Bibles in Odia

ପ୍ରେରିତ 2:26-45 in Odia

Help us?

ପ୍ରେରିତ 2:26-45 in ଓଡିଆ ବାଇବେଲ

26 ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।
28 ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ ।
29 ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି ।
30 ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାଙ୍କ ସିଂହାସନରେ ରାଜା କରି ବସାଇବା ପାଇଁ ପରମେଶ୍ୱର ତାକୁ ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ ।
31 ଏହା ଜାଣିବାରୁ ସେ ଭବିଷ୍ୟଦ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ ।
32 ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ ।
33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।
34 କାରଣ ଦାଉଦ ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
35 ଅାମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ "ଆମ୍ଭର ଦକ୍ଷିଣରେ ବସିଥାଅ" ।
36 ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ୱର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି ।
37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।
39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ ।
40 ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, "ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ" ।
41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ ।
42 ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।
43 ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା ।
44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ ।
45 ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ ।
ପ୍ରେରିତ 2 in ଓଡିଆ ବାଇବେଲ