Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 2

ପ୍ରେରିତ 2:42-47

Help us?
Click on verse(s) to share them!
42ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।
43ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା ।
44ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ ।
45ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ ।
46ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।
47ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ ।

Read ପ୍ରେରିତ 2ପ୍ରେରିତ 2
Compare ପ୍ରେରିତ 2:42-47ପ୍ରେରିତ 2:42-47