Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 3

ପ୍ରେରିତ 3:10-16

Help us?
Click on verse(s) to share them!
10ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ ।
11ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ ।
12ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?
13ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ ।
14ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,
15କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ ।
16ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି ।

Read ପ୍ରେରିତ 3ପ୍ରେରିତ 3
Compare ପ୍ରେରିତ 3:10-16ପ୍ରେରିତ 3:10-16