Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 3

ପ୍ରେରିତ 3:18-25

Help us?
Click on verse(s) to share them!
18କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି ।
19ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
20ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।
21ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ ।
22ମୋଶା ତ କହିଥିଲେ, ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହି ସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ ।
23କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ।
24ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
25ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି ।

Read ପ୍ରେରିତ 3ପ୍ରେରିତ 3
Compare ପ୍ରେରିତ 3:18-25ପ୍ରେରିତ 3:18-25