Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 3

ପ୍ରେରିତ 3:4-14

Help us?
Click on verse(s) to share them!
4ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, "ଆମ୍ଭମାନଙ୍କ ଆଡ଼଼କୁ ଚାହଁ ।"
5ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼଼କୁ ଚାହିଁ ରହିଲା ।
6କିନ୍ତୁ ପିତର କହିଲେ, "ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ ।"
7ପୁଣି, ସେ ତା'ର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତା'ର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ୱରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା ।
9ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ୱରଙ୍କ ପ୍ରଶଂସା କରିବା ଦେଖିଲେ,
10ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ ।
11ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ ।
12ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?
13ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ ।
14ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,

Read ପ୍ରେରିତ 3ପ୍ରେରିତ 3
Compare ପ୍ରେରିତ 3:4-14ପ୍ରେରିତ 3:4-14