Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 3

ପ୍ରେରିତ 3:7-22

Help us?
Click on verse(s) to share them!
7ପୁଣି, ସେ ତା'ର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତା'ର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ୱରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା ।
9ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ୱରଙ୍କ ପ୍ରଶଂସା କରିବା ଦେଖିଲେ,
10ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ ।
11ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ ।
12ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?
13ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ ।
14ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,
15କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ ।
16ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି ।
17ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ ।
18କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି ।
19ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
20ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।
21ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ ।
22ମୋଶା ତ କହିଥିଲେ, ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହି ସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ ।

Read ପ୍ରେରିତ 3ପ୍ରେରିତ 3
Compare ପ୍ରେରିତ 3:7-22ପ୍ରେରିତ 3:7-22