Text copied!
Bibles in Odia

ପ୍ରେରିତ 3:9-13 in Odia

Help us?

ପ୍ରେରିତ 3:9-13 in ଓଡିଆ ବାଇବେଲ

9 ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ୱରଙ୍କ ପ୍ରଶଂସା କରିବା ଦେଖିଲେ,
10 ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ ।
11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ ।
12 ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?
13 ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ ।
ପ୍ରେରିତ 3 in ଓଡିଆ ବାଇବେଲ