Text copied!
Bibles in Odia

ପ୍ରେରିତ 4:15-25 in Odia

Help us?

ପ୍ରେରିତ 4:15-25 in ଓଡିଆ ବାଇବେଲ

15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କ'ଣ କରିବା ?
16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
17 କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା ।
18 ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ ।
19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
20 କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ ।
21 ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
22 କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା ।
23 ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ ।
24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।
25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, ଅଣଯିହୂଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ ?
ପ୍ରେରିତ 4 in ଓଡିଆ ବାଇବେଲ