Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 4

ପ୍ରେରିତ 4:19-29

Help us?
Click on verse(s) to share them!
19କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
20କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ ।
21ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
22କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା ।
23ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ ।
24ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।
25ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, ଅଣଯିହୂଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ ?
26ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ ।
27କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
28ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ ।
29ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,

Read ପ୍ରେରିତ 4ପ୍ରେରିତ 4
Compare ପ୍ରେରିତ 4:19-29ପ୍ରେରିତ 4:19-29