Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 4

ପ୍ରେରିତ 4:23-34

Help us?
Click on verse(s) to share them!
23ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ ।
24ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।
25ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, ଅଣଯିହୂଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ ?
26ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ ।
27କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
28ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ ।
29ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
30ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର ।
31ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ ।
32ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା ।
33ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା ।
34ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,

Read ପ୍ରେରିତ 4ପ୍ରେରିତ 4
Compare ପ୍ରେରିତ 4:23-34ପ୍ରେରିତ 4:23-34