Text copied!
Bibles in Odia

ପ୍ରେରିତ 4:33-37 in Odia

Help us?

ପ୍ରେରିତ 4:33-37 in ଓଡିଆ ବାଇବେଲ

33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା ।
34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,
35 ଆଉ ପ୍ରତ୍ୟେକ ଜଣକୁ ତା'ର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା ।
36 ପୁଣି, ଯୋଷେଫ, ଯେ ଲେବୀ ବଂଶଜାତ ଜଣେ ସାଇପ୍ରସ୍ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ ଏହାର ଅର୍ଥ ସାନ୍ତ୍ୱନାର ପୁତ୍ର),
37 ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ ।
ପ୍ରେରିତ 4 in ଓଡିଆ ବାଇବେଲ