Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 5

ପ୍ରେରିତ 5:19-32

Help us?
Click on verse(s) to share them!
19କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
20"ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ" ।
21ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।
22କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ,
23"ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ ।"
24ଏହି ସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କ'ଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ ।
25ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି ।
26ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ,ଏହା ଭୟ କରୁଥିଲେ ।
27ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,
28"ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।"
29କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।
30ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି ।
31ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି ।
32ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।

Read ପ୍ରେରିତ 5ପ୍ରେରିତ 5
Compare ପ୍ରେରିତ 5:19-32ପ୍ରେରିତ 5:19-32