Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 5

ପ୍ରେରିତ 5:29-34

Help us?
Click on verse(s) to share them!
29କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।
30ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି ।
31ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି ।
32ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।
33ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ ।
34କିନ୍ତୁ ଗମଲୀୟେଲ୍ ନାମକ ଜଣେ ଫାରୂଶୀ, ଯେ କି ମୋଶାଙ୍କ ବ୍ୟବସ୍ଥା ଶିକ୍ଷକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,

Read ପ୍ରେରିତ 5ପ୍ରେରିତ 5
Compare ପ୍ରେରିତ 5:29-34ପ୍ରେରିତ 5:29-34